ସୁବର୍ଣ୍ଣପୁର, ୧୦/୯ ପଶ୍ଚିମ ଓଡିଶା ବାର୍ତ୍ତା (ଉଗ୍ରସେନ କର୍ମୀ): ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍) ର ଅଧ୍ୟକ୍ଷ ମେଜର ଡା. କଳ୍ପନା ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକର ପ୍ରତାପପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କୁ ନେଇ ପ୍ରାଥମିକ ଚିକିତ୍ସା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ନନ୍ଦ ଶିକ୍ଷକ ଅକ୍ଷୟ କୁମାର ଜେନା, ଶିକ୍ଷୟିତ୍ରୀ ମହେନ୍ଦ୍ରୀ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ତାଲିମଦାତା ଭାବରେ ପ୍ରାଥମିକ ଚିକିତ୍ସା ଫାଷ୍ଟ ଏଡ଼ର ତଥା ଜୁନିଅର ରେଡ୍ କ୍ରସ ପରାମର୍ଶଦାତା ଗୋପେଶ ପଣ୍ଡା ଯୋଗଦେଇ ପ୍ରାଥମିକ ଚିକିତ୍ସା ବିଷୟରେ ତାଲିମ ପ୍ରଦାନ କରିଥିଲେ । ପ୍ରାଥମିକ ଚିକିତ୍ସାର ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ବୁଝାଇବା ସହ ଡେମୋଷ୍ଟେସନ ମାଧ୍ୟମରେ ରିକୋଭରି ପୋଜିସନ, ସକ୍, ମୁର୍ଚ୍ଛା, ଅସ୍ଥିଭଗ୍ନ, ରକ୍ତସ୍ରାବ, ସର୍ପାଘାତ, ବ୍ୟାଣ୍ଡେଜିଙ୍ଗ, ଆହତ ବ୍ୟକ୍ତିକୁ ସ୍ଥାନାନ୍ତରିତ କୌଶଳ, ଅଗ୍ନିରୁ ସୁରକ୍ଷା ପାଇବା ଉପାୟ ତଥା ଗୁଡସମରିଟାନର ଭୂମିକା ଭଳି ବିଭିନ୍ନ କୌଶଳ ତାଲିମ ଦେଇଥିଲେ। ବିଜ୍ଞାନ ସମ୍ମତ ଅନୁସାରେ ଆହତ ବ୍ୟକ୍ତି କ’ଣ କରିବା ଉଚିତ, କଣ ନକରିବା ତାହା ବୁଝାଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ୧୧୨ ଫୋନ ନମ୍ବର ବିଷୟରେ ସୂଚନା ପ୍ରଦାନ କରିଥିଲେ । ଶେଷରେ ବିଦ୍ୟାଳୟର ଛାତ୍ରୀ ସସ୍ମିତା ଲୁହା ଧନ୍ୟବାଦ ଅର୍ପଣ କରିଥିଲେ ।