BREAKING NEWS

    ★👆NEWS UPDATE👆★       

TIME & INFO

ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ "ପଶ୍ଚିମ ଓଡିଶା ବାର୍ତ୍ତା"ର ଅଗଣିତ ପାଠକ, ଶୁଭେଚ୍ଛୁ, ସମ୍ବାଦ ଦାତା, ବିଜ୍ଞାପନ ଦାତା ତଥା ହିଂତାକାଂକ୍ଷୀ ମାନଙ୍କୁ ଅନେକ ଅନେକ ଅଭିନନ୍ଦନ ସହ ଶୁଭେଚ୍ଛା 💐🙏

ମୁମ୍ବାଇ, ୧୫/୧୧ (ପଶ୍ଚିମ ଓଡିଶା ବାର୍ତ୍ତା): ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଖେଳାଯାଉଥିବା ସେମିଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଆଗରେ ୩୯୮ ରନର  ବିଶାଳ ବିଜୟ ଲକ୍ଷ୍ୟ ରଖିଛି ଭାରତ ।ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ୍ ଏକ ବଡ଼ ସ୍କୋର ପାଇଁ ଏକ ଭଲ ମୂଳଦୁଆ ପକାଇଥିଲେ । ରୋହିତ ବିସ୍ଫୋରକ ବ୍ୟାଟିଂ କରିଥିଲେ ବି ଅଳ୍ପକେ ଅର୍ଦ୍ଧଶତକରୁ (୪୭ ରନ) ବଞ୍ଚିତ ହୋଇଥିଲେ । ସେହିପରି ଶୁଭମନ ଗିଲ୍ ୭୯ ରନ କରି ଏକ ଶତକ ଆଡକୁ ଗତି କରୁଥିବାବେଳେ ସେ ରିଟାୟାର୍ଡ ହଟ୍ ହୋଇ ପାଭିଲିୟନ ଫେରିଥିଲେ । ତେବେ ଶେଷ ଓଭରରେ ସେ ପୁଣି ଥରେ ଫେରିଥିଲେ । କିନ୍ତୁ ଆଜି ମ୍ଯାଚର ମୁଖ୍ୟ ଆକର୍ଷଣ ଥିଲା ବିରାଟ କୋହଲିଙ୍କ ୫୦ ତମ ଶତକ ଓ ଶ୍ରେୟସ ଆୟରଙ୍କ ବିସ୍ଫୋରକ ଶତକ । ବିରାଟ ୧୧୭ ରନ ଓ ଆୟର ୧୦୫ କରି ଆଉଟ ହୋଇଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୪ ଓ୍ବିକେଟ ହରାଇ ୩୯୭ ରନ କରିଥିଲା ।